୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭,୨୫୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୧୯

Advertisment
୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭,୨୫୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୨୧୯

Image Courtesy of Business Standard

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୭ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨ ଶହରୁ ସାମାନ୍ୟ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭,୨୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୧୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୨,୬୪,୧୭୫ ଓ ମୃତ୍ୟୁସଂଖ୍ୟା ୪,୪୨,୮୭୪ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୬୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୪,୪୭,୦୩୨ରେ ପହଞ୍ଚିଛି।

publive-image Image Courtesy of Mint

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୪୨,୮୭୪।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୪,୩୮,୩୭,୬୪୩ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୫୩,୩୮,୯୪୫ ଡୋଜ୍‌ ଟିକା।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୨ ତାରିଖ ସୁଦ୍ଧା ସମୁଦାୟ ୫୪,୩୦,୧୪,୦୭୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୨,୦୮,୨୪୭ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe