କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୩୯,୭୨୬ ନୂଆ ସଂକ୍ରମଣ ଚିହ୍ନଟ; ୧.୧୫ କୋଟି ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା

କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୩୯,୭୨୬ ନୂଆ ସଂକ୍ରମଣ ଚିହ୍ନଟ; ୧.୧୫ କୋଟି ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା

Image Courtesy of India Today

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୩୯,୭୨୬ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୫ କୋଟି ଟପିଯାଇଛି। କ୍ରମାଗତ ୯ ଦିନ ଧରି ଦେଶରେ ଦୈନିକ ନୂତନ ସଂକ୍ରମଣ ସଂଖ୍ୟା ୨୦ ହଜାର ଉପରେ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୭୨୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୫୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୫,୧୪,୩୩୧ରେ ପହଞ୍ଚିଛି। ଗତକାଲି ଠାରୁ ଆଜି ୧୮% ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୫୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୩୭୦ରେ ପହଞ୍ଚିଛି। ଏହା ହେଉଛି ସମୁଦାୟ ଆକ୍ରାନ୍ତସଂଖ୍ୟାର ୧.୩୯%।

publive-image Image Courtesy of India Today

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦,୬୫୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୦,୮୩,୬୭୯। ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟାର ୯୬.୪୧%।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୭୧,୨୮୨ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୨.୨୦%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩,୯୩,୩୯,୮୧୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୧୮ ସୁଦ୍ଧା ସମୁଦାୟ ୨୩,୧୩,୭୦,୫୪୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦,୫୭,୩୮୩ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe