କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୪୦,୯୫୩ ନୂଆ ଆକ୍ରାନ୍ତ ଚିହ୍ନଟ; ପ୍ରାୟ ୪ ମାସରେ ସର୍ବାଧିକ ଦୈନିକ ସଂକ୍ରମଣ

କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୪୦,୯୫୩ ନୂଆ ଆକ୍ରାନ୍ତ ଚିହ୍ନଟ; ପ୍ରାୟ ୪ ମାସରେ ସର୍ବାଧିକ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୪୦,୯୫୩ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୧୫ କୋଟି ଟପିଯାଇଛି। ଏହା ହେଉଛି ଗତ ପ୍ରାୟ ୪ ମାସ ମଧ୍ୟରେ ସର୍ବାଧିକ ଦୈନିକ ସଂକ୍ରମଣ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୦,୯୫୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୮୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୫,୫୫,୨୮୪ରେ ପହଞ୍ଚିଛି।

publive-image Image Courtesy of All News

ଗତ ୨୪ ଘଣ୍ଟାରେ ହୋଇଥିବା ୧୮୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୫୫୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩,୬୫୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୧,୦୭,୩୩୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୮୮,୩୯୪ ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪,୨୦,୬୩,୩୯୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୧୯ ସୁଦ୍ଧା ସମୁଦାୟ ୨୩,୨୪,୩୧,୫୧୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦,୬୦,୯୭୧ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe