ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ କିଛି କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୯,୬୧୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୯୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୫,୬୩,୪୨୧ ଓ ମୃତ୍ୟୁସଂଖ୍ୟା ୪,୪୬,୬୫୮ରେ ପହଞ୍ଚିଛି।
Image Courtesy of Zee Newsସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୦୪୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୮,୭୬,୩୧୯ରେ ପହଞ୍ଚିଛି।
Image Courtesy of Opoyiଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୦୧,୪୪୨।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୪,୮୯,୨୯,୧୬୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୭୧,୦୪,୦୫୧ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୪ ତାରିଖ ସୁଦ୍ଧା ସମୁଦାୟ ୫୬,୧୬,୬୧,୩୮୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୯୨,୪୨୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/Corona-in-India-on-25th-September_Thumbnail.jpg)