ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ଶହରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୫୭୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୩୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୩,୪୭,୩୨୫ ଓ ମୃତ୍ୟୁସଂଖ୍ୟା ୪,୪୩,୯୨୮ରେ ପହଞ୍ଚିଛି।
Image Courtesy of Deccan Heraldସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୩୦୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୫,୬୦,୪୭୪ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୪୨,୯୨୫।
Image Courtesy of Business Standardକେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୬,୫୭,୧୭,୧୩୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୪,୫୧,୪୨୩ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୫ ତାରିଖ ସୁଦ୍ଧା ସମୁଦାୟ ୫୪,୭୭,୦୧,୭୨୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୭୯,୭୬୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/Corona-in-India-on-16th-September_Thumbnail.jpg)