୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩,୩୭୬ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୦୮

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୩ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସାମାନ୍ୟ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୩,୩୭୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୦୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୨,୦୮,୩୩୦ ଓ ମୃତ୍ୟୁସଂଖ୍ୟା ୪,୪୨,୩୧୭ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୨,୧୯୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୩,୭୪,୪୯୭ରେ ପହଞ୍ଚିଛି।

Image Courtesy of The Indian Express

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୧,୫୧୬।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୩,୦୫,୮୯,୬୮୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୫,୨୭,୧୭୫ ଡୋଜ୍‌ ଟିକା।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୦ ତାରିଖ ସୁଦ୍ଧା ସମୁଦାୟ ୫୪,୦୧,୯୬,୯୮୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୯୨,୧୩୫ଟି ନମୁନା।

 

ସମ୍ବନ୍ଧିତ ଖବର