ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ମାତ୍ରାରେ ହ୍ରାସ ପାଇ ୩ ହାଜର ୫ ଶହ ମଧ୍ୟରେ ରହିଛି। ଚାରି ଦିନ ପୂର୍ବେ ୧୮.୭% ହ୍ରାସ ପାଇ ଅଢ଼େଇ ହଜାରରୁ ସାମାନ୍ୟ ଅଧିକ ଥିଲା।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୪୫୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୦ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୪୫୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୦୨,୧୯୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୬୪ରେ ପହଞ୍ଚିଛି।
Image Courtesy of Business Standardଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୦୭୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୫୭,୪୯୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦୬୩୫।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୦,୨୦,୦୭,୪୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୦୬,୯୩,୦୮୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୬୦,୬୧୩ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/05/cvi-6.jpg)