ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୪,୯୭୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୧,୭୪,୯୫୪ ଓ ମୃତ୍ୟୁସଂଖ୍ୟା ୪,୪୨,୦୦୯ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୬୮୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୩,୪୨,୨୯୯ରେ ପହଞ୍ଚିଛି।
Image Courtesy of Deccan Heraldଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୦,୬୪୬।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୨,୩୭,୮୪,୫୮୬ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
Image Courtesy of The Financial Express‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୯ ତାରିଖ ସୁଦ୍ଧା ସମୁଦାୟ ୫୩,୮୬,୦୪,୮୫୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୮୭,୬୧୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/Corona-in-India-on-10th-September_Thumbnail.jpg)