ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨,୬୧୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୩୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୯,୪୫,୯୦୭ ଓ ମୃତ୍ୟୁସଂଖ୍ୟା ୪,୪୦,୨୨୫ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/09/cvii-2.jpg)
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୩୮୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୧,୦୦,୦୦୧ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୫,୬୮୧।
/sambad/media/post_attachments/wp-content/uploads/2021/09/cvi-2.jpg)
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୭,୭୨,୧୧,୨୦୫ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୫୮,୮୫,୬୮୭ଜଣଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୩ ତାରିଖ ସୁଦ୍ଧା ସମୁଦାୟ ୫୨,୮୨,୪୦,୦୩୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୦୪,୯୭୦ଟି ନମୁନା।