Image Courtesy of Zee News
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ସାମାନ୍ୟ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨,୭୬୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୦୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୯,୮୮,୬୭୩୭ ଓ ମୃତ୍ୟୁସଂଖ୍ୟା ୪,୪୦,୫୩୩ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୦୯୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୧,୩୮,୦୯୨ରେ ପହଞ୍ଚିଛି।
Image Courtesy of Business Standardଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୦,୦୪୮।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୮,୪୬,୬୯,୫୨୧ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୪ ତାରିଖ ସୁଦ୍ଧା ସମୁଦାୟ ୫୩,୦୦,୫୮,୨୧୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୪୭,୪୭୬ଟି ନମୁନା।
Follow Us