ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୩ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୩,୨୬୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୩୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୧,୩୯,୯୮୧ ଓ ମୃତ୍ୟୁସଂଖ୍ୟା ୪,୪୧,୭୪୯ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୦,୫୬୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୩,୦୪,୬୧୮ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/09/cvii-6.jpg)
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୩,୬୧୪।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୧,୬୫,୯୭,୪୨୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ୮୬,୫୧,୭୦୧ଜଣଙ୍କୁ ଟିକା ଦିଆଯାଇଛି।
/sambad/media/post_attachments/wp-content/uploads/2021/09/cvi-5.jpg)
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୮ ତାରିଖ ସୁଦ୍ଧା ସମୁଦାୟ ୫୩,୬୮,୧୭,୨୪୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୧୭,୬୩୯ଟି ନମୁନା।