ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୩ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୩,୨୬୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୩୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୧,୩୯,୯୮୧ ଓ ମୃତ୍ୟୁସଂଖ୍ୟା ୪,୪୧,୭୪୯ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୦,୫୬୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୩,୦୪,୬୧୮ରେ ପହଞ୍ଚିଛି।
 Image Courtesy of Opoyiଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୯୩,୬୧୪।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୧,୬୫,୯୭,୪୨୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ୮୬,୫୧,୭୦୧ଜଣଙ୍କୁ ଟିକା ଦିଆଯାଇଛି।
 Image Courtesy of The Economic Times‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୮ ତାରିଖ ସୁଦ୍ଧା ସମୁଦାୟ ୫୩,୬୮,୧୭,୨୪୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୧୭,୬୩୯ଟି ନମୁନା।
  
 Follow Us