୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬,୭୫୯ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୫୦୯

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୭୫୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୦୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୬,୪୯,୯୪୭ ଓ ମୃତ୍ୟୁସଂଖ୍ୟା ୪,୩୭,୩୭୦ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୧,୩୭୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୮,୫୨,୮୦୨ରେ ପହଞ୍ଚିଛି।

Image Courtesy of Zee News

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୫୯,୭୭୫।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୧,୨୯,୮୯,୧୩୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Image Courtesy of First Post

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୭ ତାରିଖ ସୁଦ୍ଧା ସମୁଦାୟ ୫୧,୬୮,୮୭,୬୦୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୬୧,୧୧୦ଟି ନମୁନା।

 

ସମ୍ବନ୍ଧିତ ଖବର