ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ ସଂକ୍ରମଣଜନିତ ପରିସ୍ଥିତି ଖରାପରୁ ଆହୁରି ଖରାପ ଆଡ଼କୁ ଯାଉଛି ବୋଲି କେନ୍ଦ୍ର ସରକାର କହୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩,୪୮୦ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩,୪୮୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୫୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୧,୪୯,୩୩୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୫୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୨,୪୬୮ରେ ପହଞ୍ଚିଛି।
Image Courtesy of India Todayଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୧,୨୮୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୪,୩୪,୩୦୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୫୨,୫୬୬।
Image Courtesy of NDTVସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬,୩୦,୫୪,୩୫୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୩୦ ସୁଦ୍ଧା ସମୁଦାୟ ୨୪,୩୬,୭୨,୯୪୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦,୨୨,୯୧୫ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/Corona-in-India-on-31st-March_Thumbnail.jpg)