ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୦, ୫୪୯ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦, ୨୪୪, ୮୫୨ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦, ୫୪୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୮୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ହାର ୨୫% ବୃଦ୍ଧି ପାଇଛି।
ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୪୮,୪୩୯ରେ ପହଞ୍ଚିବା ସହ ମୃତ୍ୟୁହାର ୧.୪୫% ରହିଛି।
ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୨୧, ୧୩୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୮, ୩୪, ୧୪୧। ଏହି ତଥ୍ୟ ଅନୁସାରେ, ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୫.୯୯% ରହିଛି।
/sambad/media/post_attachments/wp-content/uploads/2020/12/cvi-23.jpg)
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୬୨,୨୭୨। ଆଜିକୁ ମିଶାଇ କ୍ରମାଗତ ୯ଦିନ ହେବ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ତଳକୁ ରହିଛି। ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟାର ୨.୫୬% ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟରୁ ଜଣାପଡ଼ିଛି।
‘ଆଇସିଏମ୍ଆର୍’ ସୂଚନା ଅନୁସାରେ, ଡିସେମ୍ବର ୨୯ ତାରିଖ ସୁଦ୍ଧା ୧୭,୦୯,୨୨,୦୩୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧, ୨୦, ୨୮୧ଟି ନମୁନା।