ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧ ଲକ୍ଷରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ଅଢ଼େଇ ହଜାର ତଳକୁ ରହିଛି। ଗତ ୨ ମାସ ମଧ୍ୟରେ ଆଜି ସର୍ବନିମ୍ନ ଦୈନିକ ସଂକ୍ରମଣ ରିପୋର୍ଟ ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୦,୬୩୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୪୨୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୯,୦୯,୯୭୫ ଓ ମୃତ୍ୟୁସଂଖ୍ୟା ୩,୪୯,୧୮୬ରେ ପହଞ୍ଚିଛି।
Image Courtesy of India TV Newsସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୭୪,୩୯୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୭୧,୫୯,୧୮୦ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୦୧,୬୦୯।
Image Courtesy of Deccan Heraldକେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୩,୨୭,୮୬,୪୮୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୬ ତାରିଖ ସୁଦ୍ଧା ସମୁଦାୟ ୩୬,୬୩,୩୪,୧୧୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୮୭,୫୮୯ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/Corona-in-India-on-4th-May_Thumbnail.jpg)