ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ରୁ ଅଧିକ ରହିଥିବା ବେଳେ ପ୍ରଥମ କରି ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୦୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୦୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୯,୦୨୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୩୭ରେ ପହଞ୍ଚିଛି।
Image Courtesy of MoneyControlଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୬,୨୨୮।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୦୫୮।
Image Courtesy of ABP Liveସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୨୨,୭୬,୩୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୦୮,୧୦,୧୫୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୩୪,୮୭୭ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/04/Corona-in-India-on-14th-April_Thumbnail.jpg)