ଗତକାଲିଠାରୁ ୩୦% ଅଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ; ୪୫ ହଜାର ପାଖାପାଖି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଗତକାଲିଠାରୁ ୩୦% ଅଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ; ୪୫ ହଜାର ପାଖାପାଖି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତକାଲି ଅପେକ୍ଷା ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩୦% ଅଧିକ ହୋଇ ୧୦,୦୦୦ ଅତିକ୍ରମ କରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୦୦୦ ନିକଟବର୍ତ୍ତୀ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୧୫୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୮୬,୧୬୦ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୦୩୫କୁ ବୃଦ୍ଧି ପାଇଛି।

publive-image Image Courtesy of The Indian Express

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୬.୯୧% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୩.୬୭% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୧୦,୧୨୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।

ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁସାରେ, ଦେଶରେ ଦୈନିକ ପଜିଟିଭିଟି ହାର ୪.୪୨% ଥିବାବେଳେ ସାପ୍ତାହିକ ପଜିଟିଭିଟି ହାର ୪.୦୨% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୯୯୮କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୦%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୪,୬୫୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୨୯,୯୫୮ଟି ନମୁନା।

ଉଲ୍ଲେଖଯୋଗ୍ୟ, ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦/୧୨ ଦିନ ଧରି ବୃଦ୍ଧି ପାଇବା ପରେ ପୁଣି ହ୍ରାସ ପାଇବ ବୋଲି ବୁଧବାର ଦିନ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଅଧିକାରୀମାନେ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe