ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୧୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୧୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୧୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୩,୯୬୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୧୪ରେ ପହଞ୍ଚିଛି।
Image Courtesy of The Indian Expressଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୨୦,୨୬୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୮୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୩%।
Image Courtesy of Money Controlସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୭୬,୫୫,୨୦୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୨,୭୫୦ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/Corona-in-India-on-10th-November_Thumbnail.jpg)