୧୦୦୦ ଉପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା; ୧୨ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

୧୦୦୦ ଉପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା; ୧୨ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୨,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୨୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୩,୧୫୨ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୭୯୪କୁ ବୃଦ୍ଧି ପାଇଛି।

publive-image Image Courtesy of Mint

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୩୯,୯୬୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୩୯୩କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୩%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୯୩,୯୫୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୩୧,୧୭୨ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe