୨୪ ଘଣ୍ଟାରେ ଦେଶରେ ୧୦,୨୭୩ କୋଭିଡ୍‌-୧୯ ଆକ୍ରାନ୍ତ; ୨୪୩ ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୧୦,୨୭୩ କୋଭିଡ୍‌-୧୯ ଆକ୍ରାନ୍ତ; ୨୪୩ ଜଣ ମୃତ

Image Courtesy of Deccan Herald

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ପ୍ରାୟ ୧୧ ହଜାର ତଳକୁ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୨୭୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୪୩ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୧୬,୧୧୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୪୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୩,୭୨୪ରେ ପହଞ୍ଚିଛି।

publive-image Image Courtesy of The Financial Express

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦,୪୩୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୨,୯୦,୯୨୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୧୧,୪୭୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୭,୪୪,୦୮,୧୨୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୬,୬୭,୫୭,୫୧୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୦,୨୨,୨୦୪ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧.୦୦%।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe