ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୩୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୩ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୩୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୧,୯୫୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୫୩୦ରେ ପହଞ୍ଚିଛି।
Image Courtesy of Tribune Indiaଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୨୨୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୮,୭୮୯।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୬୩୯।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୫,୨୦,୭୨,୪୬୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
Image Courtesy of ABP Live‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୯,୨୫,୦୯,୪୫୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୮୨,୦୩୯ଟି ନମୁନା।
Follow Us