୨୪ ଘଣ୍ଟାରେ ଭାରତରେ ୧୦,୪୮୮ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୧୩

୨୪ ଘଣ୍ଟାରେ ଭାରତରେ ୧୦,୪୮୮ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୧୩

Image Courtesy of NDTV

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ସାଢ଼େ ୧୦ ହଜାର ପାଖାପାଖି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩୦୦ରୁ ସାମାନ୍ୟ ଅଧିକ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୪୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୧୦,୪୧୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୫,୬୬୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୩୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୨୨,୦୩୭।

publive-image Image Courtesy of NDTV

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୨୨,୭୧୪।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୬,୫୦,୫୫,୨୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୩,୧୬,୪୯,୩୭୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୦,୭୪,୦୯୯ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe