ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁନର୍ବାର ବୃଦ୍ଧି ପାଇ ୧୦ ହଜାର ଟପି ଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୨.୬୨% ଏବଂ ସାପ୍ତାହିକ ପଜିଟିଭିଟି ହାର ୩.୩୨% ଥିବା ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୬୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୬ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୬୪୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୩,୬୮,୧୯୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୪୫୨ରେ ପହଞ୍ଚିଛ। ଏଥିରେ କେରଳ ପିଛିଲା ଭାବେ ୪ଜଣଙ୍କ ମୃତ୍ୟୁ ସଂଯୋଗ କରିଛି।

publive-image Image Courtesy of News18

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୭,୪୪,୩୦୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୫୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୬,୪୪୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୨% ଏବଂ ଅଳ୍ପ କିଛି ଦିନ ହେବ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ତଳକୁ ରହୁଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୦,୫୮,୮୩,୬୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୩୫,୨୩,୮୮୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୦୭,୦୯୬ଟି ନମୁନା।