ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ଗତକାଲି ପରି ୧୦ ହଜାର ଉପରେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୨.୭୩% ଏବଂ ସାପ୍ତାହିକ ପଜିଟିଭିଟି ହାର ୩.୨୦% ଥିବା ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୭୨୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୬ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୭୨୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୩,୭୮,୯୨୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୪୮୮ରେ ପହଞ୍ଚିଛ। ଏଥିରେ କେରଳ ପିଛିଲା ଭାବେ ୫ଜଣଙ୍କ ମୃତ୍ୟୁ ସଂଯୋଗ କରିଛି।

publive-image Image Courtesy of Tribune India

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୦୮୪ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୭,୫୭,୩୮୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୦୪୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୧% ଏବଂ ଅଳ୍ପ କିଛି ଦିନ ହେବ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ତଳକୁ ରହୁଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୦,୮୨,୩୪,୩୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୩୯,୧୬,୭୨୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୯୨,୮୩୭ଟି ନମୁନା।