ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ କିଛି ପରିମାଣରେ ହ୍ରାସ ପାଇ ୧୧୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ହ୍ରାସ ପାଇଥିଲେ ବି ୧୬୦୦୦ ତଳେ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୫୯,୪୪୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୭ଜଣଙ୍କ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୪୭୯ରେ ପହଞ୍ଚିଛି। ଏଥିରେ ପିଛିଲା ଭାବେ କେରଳ ୨ ମୃତ୍ୟୁ ସାମିଲ କରିଛି।
/sambad/media/post_attachments/wp-content/uploads/2022/11/cvii-3.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୧୩,୭୬୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୨୦୦ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୩%।
/sambad/media/post_attachments/wp-content/uploads/2022/11/cvi-3.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୭୧,୪୬,୦୧୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୭,୩୦୦ଟି ନମୁନା।