୨୪ ଘଣ୍ଟାରେ ଭାରତରେ ୧୦,୮୫୩ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୫୨୬

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କିଛି କମ୍‌ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ ଅଧିକ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୮୫୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୨୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୫୫,୫୩୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୦,୭୯୧ରେ ପହଞ୍ଚିଛି।

Image Courtesy of Mint

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୪୩୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୪୯,୯୦୦।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୪,୮୪୫। ୨୬୦ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଙ୍କ୍ରମଣ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୮,୨୧,୬୬,୩୬୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୨୯,୪୬,୮୧୯ ଡୋଜ୍‌ ଟିକା।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ନଭେମ୍ବର ୬ ତାରିଖ ସୁଦ୍ଧା ସମୁଦାୟ ୬୧,୪୮,୮୫,୭୪୭ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୯,୧୯,୯୯୬ଟି ନମୁନା।

ସମ୍ବନ୍ଧିତ ଖବର