ନୂଆଦିଲ୍ଲୀ: ଦୀର୍ଘ ୭୧୫ ଦିନ ପରେ ଗତ ସୋମବାର ଦିନ ଦେଶରେ ପ୍ରଥମ ଥର ପାଇଁ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ ତଳକୁ ଖସିଥିବା ବେଳେ ଆଜି ପୁନର୍ବାର ୧୦୦୦ ଉପରକୁ ଚାଲିଯାଇଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ  ୭୧ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୮୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୦,୯୨୫ରେ ପହଞ୍ଚିଛି।

publive-image Image Courtesy of Deccan Herald

ଗତ ୨୪ ଘଣ୍ଟାରେ ହୋଇଥିବା ୭୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୪୮୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୧୯୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୭,୫୬୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୮୭୧।

publive-image Image Courtesy of DailyExcelsior.com

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୫,୦୪,୧୧,୫୬୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୯,୨୦,୨୭,୪୧୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୮୧,୩୭୪ଟି ନମୁନା।