ନୂଆଦିଲ୍ଲୀ: ଗତକାଲି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୮୦୦ରୁ କମ୍ ଥିବାବେଳେ ଆଜି ୧୦୦୦ରୁ କିଛି ଅଧିକ ହୋଇଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୬ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୮୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୮,୦୧୬ରେ ପହଞ୍ଚିଛି।
Image Courtesy of The Financial Expressଗତ ୨୪ ଘଣ୍ଟାରେ ହୋଇଥିବା ୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୩୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦୮୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୫,୪୧୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦୮୭୦।
Image Courtesy of ANI Newsସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୦୭,୦୬,୪୯୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୯,୪୫,୨୫,୨୦୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୦୬,୨୫୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/04/Corona-in-India-on-13th-April_Thumbnail.jpg)