ଆଜି ଦେଶରେ ୧୦୯ ନୂଆ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୧

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୯ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ୧,୮୪୨ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୨,୬୩୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ଗୋଟିଏ ମୃତ୍ୟୁ ରେକର୍ଡ କରାଯିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୪୦ରେ ଅପରିବର୍ତ୍ତିତ ରହିଛି।

Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୦,୦୫୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୪୦,୪୨,୩୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୪୮,୪୬୪ଟି ନମୁନା।

ସମ୍ବନ୍ଧିତ ଖବର