୨୩୬ ଦିନରେ ସର୍ବାଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୧,୦୦୦ ଉପରେ; ୪୯ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

୨୩୬ ଦିନରେ ସର୍ବାଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୧,୦୦୦ ଉପରେ; ୪୯ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ୨୩୬ ଦିନ ପରେ ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୧,୦୦୦ ଅତିକ୍ରମ କରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୯,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୧୦୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୧,୧୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୯୭,୨୬୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୦୬୪କୁ ବୃଦ୍ଧି ପାଇଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୫.୦୧% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୪.୨୯% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

publive-image Image Courtesy of Business Standard

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୧୬,୫୮୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୦% ରହିଛି।

ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁସାରେ, ଦେଶରେ ଦୈନିକ ପଜିଟିଭିଟି ହାର ୪.୪୨% ଥିବାବେଳେ ସାପ୍ତାହିକ ପଜିଟିଭିଟି ହାର ୪.୦୨% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୯,୬୨୨କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୫,୧୨୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୨୧,୭୨୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe