ଆଜି ୧୧୦୦ ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୧୫୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଆଜି ୧୧୦୦ ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୧୫୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Image Courtesy of Rediff.com

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ କିଛି ପରିମାଣରେ ହ୍ରାସ ପାଇ ୧୧୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ହ୍ରାସ ପାଇ ୧୫୦୦୦ ତଳକୁ ଚାଲି ଆସିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୩୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୧୩୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୦,୫୭୯ରେ ପହଞ୍ଚିଛି।

publive-image Image Courtesy of Mint

ଗତ ୨୪ ଘଣ୍ଟାରେ ହୋଇଥିବା ୧୪ଜଣଙ୍କ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୦୦ରେ ପହଞ୍ଚିଛି। ଏଥିରେ ପିଛିଲା ଭାବେ କେରଳ ୫ ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୧୫,୨୪୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୩୯ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୩%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୭୨,୮୪,୯୬୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୫,୦୧୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe