ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୧୩୪; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୦ ଟପିଲା

Advertisment
ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୧୩୪; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୦ ଟପିଲା

Image Courtesy of India Today

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୧୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୩୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୧୩୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୯୮,୧୧୮ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୧୩କୁ ବୃଦ୍ଧି ପାଇଛି। ସେଥିରୁ ଛତିଶଗଡ଼, ଦିଲ୍ଲୀ, ଗୁଜରାଟ ଏବଂ ମହାରାଷ୍ଟ୍ରରେ ଗୋଟିଏ ଲେଖାଏଁ ମୃତ୍ୟୁ ରିପୋର୍ଟ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ଗୋଟିଏ ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୬୦,୨୭୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୦୨୬କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୫,୨୧,୧୮୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୦୩,୮୩୧ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe