୨୪ ଘଣ୍ଟାରେ ଦେଶରେ ୧୧୫୦ କୋଭିଡ୍‌-୧୯ ଆକ୍ରାନ୍ତ; ୪ଜଣ ମୃତ

ନୂଆଦିଲ୍ଲୀ: ଗତକାଲି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ରୁ କମ୍‌ ରହିଥିବା ବେଳେ ଆଜି ୧୭% ବୃଦ୍ଧି ପାଇଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧୫୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୧୫୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୨,୦୯୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୭୫୧ରେ ପହଞ୍ଚିଛି।

Image Courtesy of ABP Live

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୫୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୮,୭୮୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୫୫୮।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୫୧,୫୩,୫୯୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୧୮,୪୩,୪୦୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୬୫,୧୧୮ଟି ନମୁନା।

ସମ୍ବନ୍ଧିତ ଖବର