ନୂଆଦିଲ୍ଲୀ: ଗତକାଲି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବାବେଳେ ଆଜି ମଧ୍ୟ ୧୧ ଶହ ଉପରେ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୫୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୮୩ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୧୫୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୪,୨୧୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୮୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୬୫୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୧୯୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୧,୧୯୬।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୩୬୫।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୫,୫୫,୦୭,୪୯୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୯,୩୪,୨୯,୩୯୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୬୬,୩୬୨ଟି ନମୁନା।