ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବିସ୍ତାର ପରିମାଣ କମ୍ ରହିବା ପରେ ପୁନର୍ବାର ସଂକ୍ରମଣ ବେଗ ଦ୍ରୁତ ବୃଦ୍ଧି ପାଇ ବ୍ୟାପକ ହେବାରେ ଲାଗିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୭,୧୦୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୦୨ମୃତ୍ୟୁ ରେକର୍ଡ କରାଯାଇଛି। ୨୦୨୧ ଜୁନ୍‌ ୬ ତାରିଖରେ ଶେଷ ଥର ପାଇଁ ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଥିଲା। ଗତକାଲି ଠାରୁ ଆଜିର ସଂକ୍ରମଣ ହାର ୨୮.୮% ଅଧିକ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୫୨,୨୬,୩୮୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୦୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୩,୧୭୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୦,୮୩୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୩,୭୧,୮୪୫।

publive-image Image Courtesy of India Today

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୭୧,୩୬୩।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୩,୦୦୭ରେ ପହଞ୍ଚିଛି।

publive-image Image Courtesy of India Today

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୯,୬୬,୮୧,୧୫୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୮,୬୮,୧୯,୧୨୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୫,୧୩,୩୭୭ଟି ନମୁନା। ଦେଶରେ ଦୈନିକ ପଜିଟିଭିଟି ହାର ୭.୭୪% ରହୁଛି।