୨୪ ଘଣ୍ଟାରେ ଦେଶରେ ୧୧,୭୩୯ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୫ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୧୧,୭୩୯ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୫ଜଣ ମୃତ

Image Courtesy of Reuters

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ହ୍ରାସ ପାଇ ୧୨ହଜାର ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୭୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୫ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୫,୯୪୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୩୮୯,୯୭୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୯୯୯ରେ ପହଞ୍ଚିଛି।

publive-image Image Courtesy of Zee News

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦୯୧୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୭୨୩,୯୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୨୫୭୬।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୭,୦୮,୫୧,୫୮୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୦୭,୧୨,୦୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୩,୯୪୦ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe