ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ହ୍ରାସ ପାଇ ୧୩୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ହ୍ରାସ ପାଇ ୧୬୦୦୦ ତଳେ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୧୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୧୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୫୮,୩୬୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୮ଜଣଙ୍କ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୪୭୯ରେ ପହଞ୍ଚିଛି। ଏଥିରେ ପିଛିଲା ଭାବେ କେରଳ ୧୫ ମୃତ୍ୟୁ ସାମିଲ କରିଛି।
Image Courtesy of India TV Newsଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୧୧,୧୮୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୭୦୫ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।
Image Courtesy of NDTVସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୬୯,୭୮,୩୫୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୬,୦୫୭ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/Corona-in-India-on-4th-November_Thumbnail.jpg)