ନୂଆଦିଲ୍ଲୀ: ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇ ୧୨ ହଜାର ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୨୧୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୫ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୨୧୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୫୭,୭୩୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୮୦୩ରେ ପହଞ୍ଚିଛି।
Image Courtesy of Zee Newsଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭୬୨୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୭୪୭,୧୨।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫୮୨୧୫।
Image Courtesy of Business Standardସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୬୭,୩୭,୦୧୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୬୩,୯୦,୪୪୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୫,୧୯,୪୧୯ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/Corona-in-India-on-16th-June_Thumbnail.jpg)