ନୂଆଦିଲ୍ଲୀ: ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇ ୧୨ ହଜାର ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୨୧୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୫ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୨୧୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୫୭,୭୩୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୮୦୩ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/06/cvii-12-1024x619.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭୬୨୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୭୪୭,୧୨।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫୮୨୧୫।
/sambad/media/post_attachments/wp-content/uploads/2022/06/cvi-13.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୬୭,୩୭,୦୧୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୬୩,୯୦,୪୪୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୫,୧୯,୪୧୯ଟି ନମୁନା।