ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ୧୨ ହଜାର ଟପି ଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୩.୪୮% ଏବଂ ସାପ୍ତାହିକ ପଜିଟିଭିଟି ହାର ୪.୨୦% ଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୬୦୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭୨ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୬୦୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୯୮,୮୬୪ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/08/cvii-12.jpg)
ଗତ ୨୪ ଘଣ୍ଟାରେ ହୋଇଥିବା ୭୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୨୦୬ରେ ପହଞ୍ଚିଛ। ଏଥିରେ କେରଳ ପିଛିଲା ଭାବେ ୨୯ ମୃତ୍ୟୁ ତାଲିକାଭୁକ୍ତ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୦,୨୫୫ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୬,୭୦,୭୨୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୫୮% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୩୪୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୩%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୮,୯୫,୭୯,୭୨୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୧୪,୧୮,୫୬୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୬୨,୦୨୦ଟି ନମୁନା।