ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲିଠାରୁ କିଛି ହ୍ରାସ ପାଇଥିଲେ ୧୩ ହଜାର ମଧ୍ୟରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୭୮୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୭୮୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩, ୩୦୯୪୭୩ ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୮୭୩ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/06/cvi-17.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୫୭୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୦୭୯,୦୦।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୬୭୦୦।
/sambad/media/post_attachments/wp-content/uploads/2022/06/cvii-16.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୬,୧୮,୬୬,୭୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୮୧,୩୭,୭୧୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୯୬,୦୫୦ଟି ନମୁନା।