ସଂକ୍ରମଣ ହ୍ରାସ, ମୃତ୍ୟୁସଂଖ୍ୟା ବୃଦ୍ଧି: ୨୪ ଘଣ୍ଟାରେ ଦେଶରେ ୧,୨୭,୯୫୨ କୋଭିଡ୍‌-୧୯ ଆକ୍ରାନ୍ତ; ୧୦୫୯ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଥିଲେ ମଧ୍ୟ ମୃତ୍ୟୁସଂଖ୍ୟା ଅଧିକ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୨,୪୩୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୫୯ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୧୮,୦୩,୩୧୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୦୫୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୧,୧୧୪ରେ ପହଞ୍ଚିଛି।

Image Courtesy of Deccan Herald

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୯,୧୦୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୦୨,୪୭,୯୦୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩,୩୧,୬୪୮।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୮,୯୮,୧୭,୧୯୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୩,୭୯,୩୨,୨୩୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୬,୦୩,୮୫୬ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୭.୯୮%।

ସମ୍ବନ୍ଧିତ ଖବର