ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୨୮: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬୩

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୨୮: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬୩

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ୧୦୦ ଟପିଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୭୬୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୩,୦୨୩ କୋଟିରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ଉତ୍ତର ପ୍ରଦେଶରୁ ଗୋଟିଏ ମୃତ୍ୟୁ ରେକର୍ଡ କରାଯିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୪୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୦,୫୧୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୬୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।

publive-image Image Courtesy of Money Control

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୫୨,୮୨,୮୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୪୩,୪୦୬ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe