ଆଜି ଦେଶରେ ୧୨୮ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୨୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଆଜି ଦେଶରେ ୧୨୮ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୨୦୦୦ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ୨୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୧,୩୬୧ରେ ପହଞ୍ଚିଛି।

publive-image Image Courtesy of Business Standard

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ର ଓ କର୍ଣ୍ଣଟକରୁ ରେକର୍ଡ କରାଯାଇ ଥିବା ଗୋଟିଏ ଲେଖାଏଁ ମୃତ୍ୟୁକୁ ମିଶାଇ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୨୮ରେ ଅପରିବର୍ତ୍ତିତ ରହିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୮,୬୪୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୯୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।

publive-image Image Courtesy of India TV News

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୮,୫୩,୦୮୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୭୫,୩୯୨ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe