ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୧୨,୮୪୭ ଜଣ ଆକ୍ରାନ୍ତ; ୧୪ଜଣ ମୃତ

ବଢୁଛି କୋଭିଡ୍‌-୧୯ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୧୨,୮୪୭ ଜଣ ଆକ୍ରାନ୍ତ; ୧୪ଜଣ ମୃତ

ନୂଆଦିଲ୍ଲୀ: ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲିଠାରୁ ୫.୨% ବୃଦ୍ଧି ପାଇ ଆଜି ସାଢ଼େ ୧୨ ହଜାର ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୮୪୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୮୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୭୦,୫୭୭ରେ ପହଞ୍ଚିଛି।

publive-image Image Courtesy of News9live

ଗତ ୨୪ ଘଣ୍ଟାରେ ହୋଇଥିବା ୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୮୧୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭୯୮୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୮୨୬,୯୭।

publive-image Image Courtesy of India Today

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬୩୦୬୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୫,୮୪,୦୩,୪୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe