୧୪୦ ଦିନରେ ସର୍ବାଧିକ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୩୦୦
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୩୦୦ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୦୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୩୦୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୯୯,୪୧୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୩ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୧୬କୁ ବୃଦ୍ଧି ପାଇଛି। ସେଥିରୁ କର୍ଣ୍ଣାଟକ, ଗୁଜରାଟ ଏବଂ ମହାରାଷ୍ଟ୍ରରେ ଗୋଟିଏ ଲେଖାଏଁ ମୃତ୍ୟୁ ରିପୋର୍ଟ କରାଯାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୬୦,୯୯୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୬୦୫କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୫,୨୮,୭୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୮୯,୦୭୮ଟି ନମୁନା।