ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇଥିଲେ ବି ୧୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସ୍ବଳ୍ପ ହ୍ରାସ ପାଇ ୨୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୩୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୧,୭୮୧ରେ ପହଞ୍ଚିଛି।
Image Courtesy of India TV Newsଗତ ୨୪ ଘଣ୍ଟାରେ ଉତ୍ତର ପ୍ରଦେଶ ଗୋଟିଏ ଏବଂ କେରଳ ପିଛିଲା ଭାବେ ଗୋଟିଏ ମୃତ୍ୟୁ ରେକର୍ଡ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୩୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୯,୧୧୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୪୦ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୨୪,୨୧,୧୧୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୯,୧୧୩ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/01/cvi-16.jpg)