ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୧୫୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦୦ ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୩୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୬,୩୩୦ରେ ପହଞ୍ଚିଛି।
ସେହିପରି, ଗତ ୨୪ ଘଣ୍ଟାରେ ପଶ୍ଚିମବଙ୍ଗରେ ଜଣକର ମୃତ୍ୟୁ ରିପୋର୍ଟ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ୨ଜଣଙ୍କ ମୃତ୍ୟୁ ଯୋଗ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୮୦କୁ ବୃଦ୍ଧି ପାଇଛି।
Image Courtesy of Mintଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୨,୨୪୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
Image Courtesy of Business Standardସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୦୧,୪୫,୯୮୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୧୫,୭୩୪ଟି ନମୁନା।
Follow Us