୨୪ ଘଣ୍ଟାରେ ଭାରତରେ ୧୩,୧୫୪ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୬୮

Advertisment
୨୪ ଘଣ୍ଟାରେ ଭାରତରେ ୧୩,୧୫୪ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୬୮

Image Courtesy of Amar Ujala

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ୧୩ହଜାରରୁ କିଛି ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସାମାନ୍ୟ କମ୍ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୧୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬୮ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୮,୨୨,୦୪୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୬୮ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୦,୮୬୦ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୪୮୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୫୮,୭୭୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୨,୪୦୨।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୯୬୧ରେ ପହଞ୍ଚିଛି। ସରକାରୀ ତଥ୍ୟ ଅନୁସ‌ାରେ ୯୬୧ଜଣ ମଧ୍ୟ ଓମିକ୍ରନ୍‌ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୩,୮୩,୨୨,୭୪୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୭,୬୪,୪୫,୩୯୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୯୯,୨୫୨ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe